ବାତ୍ୟା ‘ବୁଲବୁଲ’ର ତାଜା ସୂଚନା, ୪ ଜିଲାରେ ବର୍ଷା ସହ ହେବ ପବନ

ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ଫନି ଠାରୁ ବାତ୍ୟା ବୁଲବୁଲର ପ୍ରଭାବ ବହୁତ କମ ରହିବ। ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡା ଓ ଭଦ୍ରକ ଜିଲାରେ ଏଥିପାଇଁ ସତର୍କ ସୂଚନା ଦିଆଯାଇଛି। ଆଜି ସନ୍ଧ୍ୟା ବେଳକୁ ବର୍ଷା ଓ ପବନର ବେଗ ବଢ଼ିବ। ଆଗାମୀ ୧୨ ଘଂଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାରେ ଘଂଟା ପ୍ରତି ୭୦ରୁ ୮୦ କିଲୋମିଟର ପର୍ଯ୍ୟନ୍ତ ବେଗରେ ପବନ ବହିବାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଭାଗ ।

ବାତ୍ୟା ବୁଲବୁଲ ପ୍ରଭାବ ପୁରୀ, ଜଗତସିଂହପୁର, ବାଲେଶ୍ୱର, କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲାରେ ଅଧିକ ଦେଖାଦେବ। ଏହା ସହିତ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି। ଆଜି ରାତିରୁ କାଲି ରାତି ପର୍ଯ୍ୟନ୍ତ ୪ଟି ଜିଲ୍ଲାରେ ତଥା ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସାଙ୍ଗକୁ ଘଂଟା ପ୍ରତି ୭୦ରୁ ୯୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନ ରହିଛି।

ଫନିଠାରୁ ବାତ୍ୟା ବୁଲବୁଲର ପ୍ରଭାବ କମ ରହିବ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ତାଜା ସୂଚନା ଅନୁସାରେ ସୁନ୍ଦରବନର ଡେଲଟା ଅଂଚଳରେ ସ୍ଥଳଭାଗ ଛୁଇଁବ ବାତ୍ୟା ବୁଲବୁଲ । ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୧୦୦ରୁ ୧୨୦ କିଲୋମିଟର ରହିବ। ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି।

error: Content is protected !!