ବୁଧବାର ରାଶିଫଳ ୧୫ ଜାନୁୟାରୀ ୨୦୨୦

ମେଷ
ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପରିବାରରେ ମନୋମାଳିନ୍ୟ ବା ବିଭିନ୍ନ ପ୍ରକାର ସମସ୍ୟାଥିଲେ ଚେଷ୍ଟାକଲେ ମେଣ୍ଟିଯିବ। ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ।

ବୃଷ
ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ତାହା ସମାଧାନ କରିବାକୁ ଚେଷ୍ଟା କରନ୍ତୁ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ ଓ ବାକିଥିବା ଅର୍ଥ ପ୍ରାପ୍ତି ହେବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାରେ ଯଥେଷ୍ଟ ଉନ୍ନତ ଫଳ ପ୍ରାପ୍ତି ହେବ। ରାଜନେତା ମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସମ୍ମାନୀତ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ।

ମିଥୁନ
ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ।

କର୍କଟ
ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥ ପ୍ରାପ୍ତି ହୋଇ ପାରେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ରାଜନେତା ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗି ପାରନ୍ତି। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ଭାଗ୍ୟ ଆପଣଙ୍କ ପାଇଁ ବୈମାତୃକ ମନୋଭାବ ସୃଷ୍ଟି କରିବ।

ସିଂହ
ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ମିଳିବ।

କନ୍ୟା
ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ। ଗୃହସ୍ଥ ଜୀବନ ସୁଖମୟ ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ପାରିବାରିକ ଜୀବନରେ ଆର୍ଥିକ ଉନ୍ନତି ହେବ।

ତୁଳା
ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ।

ବିଛା
ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ। ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ।

ଧନୁ
ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ସାଂସାରିକ ଜୀବନ ସୁଖମୟ ହେବା ସହ ପତି ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ।

ମକର
କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ ନାହିଁ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ।

କୁମ୍ଭ
ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ।

ମୀନ
ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। କାମକାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ପଢିବା, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ। ଉଧାର ଦେଇଥିବା ଟଙ୍କା ମିଳିବ। କୌଣସି ଶୁଭ ସମାଚାର ଶୁଣିବାକୁ ହେବ। ପରିବାରରେ ନିଜରପଦ ଗରିମା ଅନୁସାରେ ପାରିବାରିକ ସ୍ଥିତି ଭଲ ରହିବ।

Jyotirbid Dr. Pramod Satapathy
Jantra Jyotisha, Cuttack 📞 7008758366 or 9937551988

error: Content is protected !!