ଶୁକ୍ରବାର ରାଶିଫଳ ୨୯ ନଭେମ୍ବର ୨୦୧୯

ମେଷ
ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ।

ବୃଷ
ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ପରାଜିତ ହୋଇ ମିତ୍ରତା ଆଚରଣ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବେ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ।

ମିଥୁନ
ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପରିବହନରେ ବିଶେଷ ଲାଭବାନ ହେବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ହେବା ଫଳରେ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଶତୃମାନେ ମଥାନତ କରିବେ। ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ।

କର୍କଟ
ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଭାବମୂର୍ତ୍ତି ରକ୍ଷା କରି ପାରିବାରିକ ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ। ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିବେ।

ସିଂହ
ଶାରିରୀକ ସୁସ୍ଥତା ଦେଖା ଦେବ। ଦାମ୍ପତ୍ୟ ସୁଖ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ପ୍ରାପ୍ତିହେବ। ଦୂର ଯାତ୍ରାର ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସଙ୍ଘର୍ଷରତ ହେବେ।

କନ୍ୟା
ନିଜ ପରିଶ୍ରମରେ ସଫଳତା ପାଇବେ ଓ ଘରୋଇ ସଂସ୍ଥାର ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ। ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବା ଫଳରେ ହସ ଖୁସିର ବାତାବରଣ ଖେଳିଯିବ। ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ।

ତୁଳା
ବ୍ୟବସାୟିକ ପରିଣାମ ସନ୍ତୋଷଜନକ ହେବ। ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ। ରାଜନୀତି ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ ଓ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ମହିଳା ମାନଙ୍କର କେତେକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ସତର୍କ ରହି ଯାତାୟତ କରିବା ଉଚିତ୍।

ବିଛା
ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନୂତନ କାର୍ଯ୍ୟକିଛି ଆରମ୍ଭ କରନ୍ତୁ ନାହିଁ।

ଧନୁ
ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ରାଜନୀତିରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ।

ମକର
ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ। ମହିଳାମାନେ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ।

କୁମ୍ଭ
ଶତୃମାନେ ପରାଜିତ ହୋଇ ମିତ୍ରତା ଆଚରଣ କରିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଶିଳ୍ପ ପ୍ରତିଷ୍ଠା ବା ନୂତନ ଯୋଜନା ସାଫଲ୍ୟ ଦାୟକ ହେବ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ।

ମୀନ
କାରବାର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପାରିବାରିକ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ।

Jyotirbid Dr. Pramod Satapathy
Jantra Jyotisha, Cuttack 📞 7008758366 or 9937551988

error: Content is protected !!